ପାଣିପାଗ ବିଭାଗ ତରଫରୁ ଆସିଲା ସତର୍କ ସୂଚନା ଦେଖନ୍ତୁ ଏହିସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

 
ନମସ୍କାର ପାଠକ ବନ୍ଧୁ । ବନ୍ଧୁଗଣ ଆପଣମାନେ ସମସ୍ତେ ସୋସିଆଲ ମିଡିଆରେ ଅନେକ ପ୍ରକାରର ଭିଡିଓ ଦେଖିଥିବେ। ଏବେ ଏହି ଭିଡିଓ ମାଧ୍ୟମରେ ଆପଣମାନେ ପାଣିପାଗ ବିଷୟରେ ଆସିଥିବା ଖବର ଜାଣିପାରିବେ। ତେବେ ବନ୍ଧୁଗଣ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। 
ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବା ନେଇ ଆଶଙ୍କା କରାଯାଉଛି। ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟ ବିଭିନ୍ନ ଜିଲ୍ଲାକୁ ରେଡ, ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ କୋରାପୁଟ, ମାଲକାନାଗିରି, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ସେହିପରି କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। 
ସେହିପରି ପ୍ରବଳ ବର୍ଷ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, ସୋନପୁର, ସମ୍ବଲପୁର, ଅନୁଗୁଳ। ଏବଂ ଢେଙ୍କାନଳ, ମୟୁରଭଞ୍ଜ, କେନ୍ଦୁଝର, ଜଗତସିଂହପରୁ ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ଆସନ୍ତା ୧୨ ଘଣ୍ଟାରେ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅବପାତରେ ରୂପ ନେଇପାରେ। 
ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।