Movie prime

ମାଡ଼ି ଆସୁଛି ପ୍ରବଳ ବର୍ଷା ସାବଧାନ ରୁହ ଏହିସବୁ ଜିଲ୍ଲା

 
Hh
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ତେବେ ବନ୍ଧୁଗଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ସକାଳୁ ଅବପାତରେ ପରିଣତ ହୋଇ ଆଗକୁ ଆଗକୁ ବଢି ଚାଲିଛି। ଯାହାର ପ୍ରଭାବରେ ରାଜ୍ୟର କିିଛି ସ୍ଥାନରେ ବର୍ଷା ଲାଗିରହିଥିବା ବେଳେ କାଲି ମଧ୍ୟ ସମାନ ସ୍ଥିତି ରହିବ ବୋଲି ପାଣିପାଗ ବିଭାଗ କହିଛି। 
Bb
ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥି ପାଇଁ ଏହି ତିନି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥି ସହିତ ଏହି ସମୟ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। 
Hg
ଦେବଗଡ଼, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ନୟାଗଡ଼, ବୌଦ୍ଧ, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ଗଭୀର ଅବପାତ ପ୍ରଭାବରେ ଆସନ୍ତାକାଲି ଅର୍ଥାତ୍ ରବିବାର ସକାଳ ସାଢ଼େ ୮ଟାରୁ ସୋମବାର ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା।
ଏବଂ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ପ୍ରବଳ ବର୍ଷା ନେଇ ଦେବଗଡ଼, ଅନୁଗୋଳ. କେନ୍ଦୁଝର, ସୋନପୁର, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦କିଲୋମିଟର ବେଗରେ ବହିବ ପବନ। ୧୬ ତାରିଖ ସାଢ଼େ ୮ଟାରୁ ତା'ପର ଦିନ ସକାଳ ସାଢ଼େ ୮ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Around The Web