Movie prime

ପାଣିପାଗ ବିଭାଗ ତରଫରୁ ଆସିଲା ସତର୍କ ସୂଚନା ଦେଖନ୍ତୁ ପ୍ରବଳ ବର୍ଷାରେ ଭିଜିବ ଏହିସବୁ ଜିଲ୍ଲା

 
Vb
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟରେ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ବନ୍ଧୁଗଣ ଆସନ୍ତା କାଲିଠାରୁ ଆସୁଛି ଆଉ ଏକ ବଡ଼ ଲଘୁଚାପ। ବର୍ତ୍ତମାନ ରାଜ୍ୟରେ ଗୋଟିଏ ଲଘୁଚାପ ସକ୍ରିୟ ରହିବା ବେଳେ ପୁଣି ଆସନ୍ତା କାଲି ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ଯାହାକୁ ନେଇ ଲୋକଙ୍କ ମନରେ ବଢିଲାଣି ଭୟ। 
Bb
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଇଥିବା ଲଘୁଚାପ ଏବେ ଦକ୍ଷିଣ ଛତିଶଗଡ ଉପରେ ରହିଛି। ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଭଲ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି। ତେବେ ଗତକାଲି ଠାରୁ ବର୍ଷା ବଢିବା ନେଇ ପୂର୍ବାନୁମାନ କରାଯାଇଥିବା ବେଳେ ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୧୯ରୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। 
Bh
ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିବ। କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୧୯ରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। 
ସେହିପରି ୨୦ ତାରିଖରେ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଏବଂ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ଖୋର୍ଦ୍ଧା, ରାୟଗଡା, କଳାହାଣ୍ଡି, ନୂଆପଡା, କଟକ, ନବରଙ୍ଗପୁର, ଢେଙ୍କାନାଳ, ଗଜପତି ଏବଂ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ରେକର୍ଡ କରାଯାଇଛି।