Movie prime

ଆସିଲା ବଡ଼ ଖବର ଦେଖନ୍ତୁ ଆଉ ସାବଧାନ ରୁହନ୍ତୁ ଏହିସବୁ ଜିଲ୍ଲା

 
Gg
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। 
Bb
ବନ୍ଧୁଗଣ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆସୁଛି ଆଉ ଏକ ବଡ ଲଘୁଚାପ। ମୌସୁମୀ ସକ୍ରିୟ ରହିଥିବା ବେଳେ ଘନ ଘନ ଲଘୁଚାପ। ଗୋଟିଏ ଲଘୁଚାପର ପ୍ରଭାବ ନସରୁଣୁ ପୁଣି ମାଡ଼ି ଅସୁଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ଆଜି ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। 
Bb
ଏହା ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁର। ଏସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। 
ମହାନଦୀ ଉପରି ମୁଣ୍ଡରେ ଅଧିକ ବର୍ଷା ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ଗତ ୨୪ ଘଣ୍ଟାରେ କଟକ ବାଙ୍କୀରେ ସର୍ବାଧିକ ୩୧୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ନୟାଗଡ଼ ଭାପୁରରେ ୨୧୦ ମିଲିମିଟର ବର୍ଷା ହୋଇଛି। ତୁହାକୁ ତୁହା ବର୍ଷୁଛି। ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ କରିଦେଲାଣି ଜନଜୀବନକୁ। ତଳିଆ ଅଞ୍ଚଳରେ ପାଣି ପଶିଛି, ଲୋକେ ଜଳବନ୍ଦୀ ହୋଇଛନ୍ତି।

Around The Web